40.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ : ଆଜି ୮୬୮ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ : ଆଜି ୮୬୮ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ପ୍ରାୟ ୧୨ ଦିନ ଧରି ରାଜ୍ୟରେ କରୋନା ଉପର ତଳ ହେଉଛି । କେତେବେଳେ ଦୈନିକ ସଂକ୍ରମଣ ହଜାରେ ଟପିଯାଉଛି ତ କେତେବେଳେ ହଜାରେ ତଳକୁ ଖସି ଆସୁଛି । ସଂକ୍ରମଣର ଭୟାବହତା ଏ ପର୍ଯ୍ୟନ୍ତ କମିନାହିଁ । ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ସରକାର ତାଲାବନ୍ଦ କଟକଣାକୁ କୋହଳ କରିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ହେଁ ଏବେ ବି ଆଶଙ୍କା ହଟିନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ପୂର୍ବରୁ ଦୀର୍ଘ ୪ ମାସ ପରେ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହଜାରେ ତଳକୁ ଖସିଥିଲା । ଏବେ ୬ ଦିନ ଲଗାତର ହଜାରେ ଉପରେ ରହିବା ପରେ ଆଜି ତଳକୁ ଖସିଛି ।

ଏହା ମଧ୍ୟରେ ଆଜି ୮୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୭ ଓ ସ୍ଥାନୀୟ ଅଞ୍ଚଳରୁ ୩୬୧ ଜଣ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୨୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୫୪ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୪୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୨୬ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୮ ହଜାର ୨୪୦ ରହିଥିବା ବେଳେ ୧୦ ହଜାର ୧୮୭ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking