ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୫୦ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୮ ଜଣ, କଟକରୁ ୫୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୮ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୨୧୪ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୨୯ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୨, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୬, ୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୪୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
21. Nayagarh: 10
22. Nuapada: 1
23. Puri: 29
24. Rayagada: 12
25. Sambalpur: 18
26. Sundargarh: 6
27. State Pool: 48New recoveries: 1032
Cumulative tested: 17598024
Positive: 1002323
Recovered: 986334
Active cases: 8443— I & PR Department, Odisha (@IPR_Odisha) August 24, 2021