ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହେବା ସହ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମାଲକାନାଗିରି ଜିଲ୍ଲାରୁ ୩ , ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ ,ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ , ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ରୁ ୫୭ ଜଣ ରହିଛନ୍ତି।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୨ ହଜାର ୪୭୩ ରହିଥିବା ବେଳେ ୭ ହଜାର ୨୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।