29.1 C
Bhubaneswar
Wednesday, May 1, 2024
Homeଓଡିଶାରାଜ୍ୟରୁ ପୁଣି ବାହାରିଲେ ୭୧୯ ଆକ୍ରାନ୍ତ, ସେଥିରୁ ୧୨୫ ଶିଶୁ ସଂକ୍ରମିତ

ରାଜ୍ୟରୁ ପୁଣି ବାହାରିଲେ ୭୧୯ ଆକ୍ରାନ୍ତ, ସେଥିରୁ ୧୨୫ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୨ ଓ ସ୍ଥାନୀୟ ଅଞ୍ଚଳରୁ ୨୯୭ ଜଣ ଚିହ୍ନଟ ହେବା ସହ ୧୨୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ୬ଜଣ, କଟକରୁ ୮୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୩ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୩ ହଜାର ୨୩୫ ରହିଥିବା ବେଳେ ୭ ହଜାର ୧୫୯ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking