30.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୪୨୮ ନୂଆ କରୋନା ଆକ୍ରାନ୍ତ , ୪ ମୃତ

ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୪୨୮ ନୂଆ କରୋନା ଆକ୍ରାନ୍ତ , ୪ ମୃତ

ଭୁବନେଶ୍ୱର :  କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ରାଜ୍ୟରେ ୪୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ସଂକ୍ରମିତ ୧୭୬ ଜଣ ରହିଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୫୫ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୫, ବାଲେଶ୍ୱର ୧୮, ବରଗଡ ୩, ଭଦ୍ରକ ୧୦ ଓ କଟକରେ ୪୬ ଜଣ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୩, ଗଞ୍ଜାମ ୪, ଜଗତସିଂହପୁର ୨୦, ଯାଜପୁର ୨୧ ଓ କେନ୍ଦ୍ରାପଡାରେ ୬ ଜଣ ଚିହ୍ନଟ ହୋଇଛନ୍ତି। କେନ୍ଦୁଝରରେ ୧, ଖୋର୍ଦ୍ଧା ୧୭୯, ମାଲକାନଗିରି ୧, ମୟୁରଭଞ୍ଜ ୧୮, ନୟାଗଡରେ ୮ ଚିହ୍ନଟ ହୋଇଛନ୍ତି। ସେହିଭଳି ନୂଆପଡାରେ ୪, ପୁରୀ ୧୫, ରାୟଗଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରେ ୯, ସୁନ୍ଦରଗଡ ୬, ଷ୍ଟେଟପୁଲରରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି।

ଦିନକରେ ୬୮୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।  ସଂପ୍ରତି ରାଜ୍ୟରେ ୬୨୯୦ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ୬ ହଜାର ୨୯୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୧୦୪ କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୨, କଟକ ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking