28.1 C
Bhubaneswar
Sunday, November 17, 2024
Homeଓଡିଶାଆଜି ରାଜ୍ୟରୁ ୫୧୦ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

ଆଜି ରାଜ୍ୟରୁ ୫୧୦ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୫୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୧୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୯ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

କଟକରୁ ୭୮ ଜଣ, ବାଲେଶ୍ବରରୁ ୩୩ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୨୨ ଜଣ ଲେଖାଏଁ, ପୁରୀରୁ ୨୦ ଜଣ, ମୟୂରଭଞ୍ଜରୁ ୧୪ ଜଣ, ଗଞ୍ଜାମରୁ ୧୨ ଜଣ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୮ ଜଣ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲରୁ ୩ ଜଣ ଲେଖାଏଁ,ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି , କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୭ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୭୫୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୭ ହଜାର ୬୬ ରହିଥିବା ବେଳେ ୫ ହଜାର ୪୯୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking