36.1 C
Bhubaneswar
Sunday, May 19, 2024
Homeଓଡିଶାରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ଚିହ୍ନଟ ହେଲେ ୭୩୪, ୧୮ବର୍ଷରୁ କମ୍ ୧୦୧ ସଂକ୍ରମିତ

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ଚିହ୍ନଟ ହେଲେ ୭୩୪, ୧୮ବର୍ଷରୁ କମ୍ ୧୦୧ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ଆଜି କରୋନା ସଂକ୍ରମଣ ୭ ଶହ ଟପିଯାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୦ ଜଣ, କଟକରୁ ୯୧ ଜଣ, ଢ଼େଙ୍କାନାଳରୁ ୫ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୨ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୩୫ ଜଣ, କୋରାପୁଟରୁ ୪ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୭ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୭ ଜଣ, ନୂଆପଡ଼ରୁ ଜଣେ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ୭୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୪ ଓ ସ୍ଥାନୀୟ ଅଞ୍ଚଳରୁ ୩୧୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୧ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୮ ହଜାର ୨୨୬ ରହିଥିବା ବେଳେ ୫ ହଜାର ୫୨୧ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking