26.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରୁ ପୁଣି ୬୪୪ ପଜିଟିଭ୍ ଚିହ୍ନଟ, ୭ ମୃତ; ଜାଣନ୍ତୁ କେଉଁଠୁ କେତେ

ରାଜ୍ୟରୁ ପୁଣି ୬୪୪ ପଜିଟିଭ୍ ଚିହ୍ନଟ, ୭ ମୃତ; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ରାଜଧାନୀ ଭୁବନେଶ୍ୱରରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଏହାରି ମଧ୍ୟରେ ଆଜି ୬୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୬୯ ଜଣ ଚିହ୍ନଟ ହୋଇଛନ୍ତି ।

ଏଥିସହ ୭୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୮ ହଜାର ୬୭୧ ରହିଥିବା ବେଳେ ୫ ହଜାର ୭୧୩ ଜଣ ଚିକିତ୍ସିତ ହେଉଛନ୍ତି ।

ଏହା ସହ ଅନୁଗୁଳ, କଟକ, ଯାଜପୁର, ନବରଙ୍ଗପୁର, ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking