ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯ ହଜାର ୦୭୮ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୫ ହଜାରକୁ ୭୮୮ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟରେ ୨୨୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮ ରେ ପହଞ୍ଚିଛି । ତୋବେ ଦେଶରେ ୨ ଲକ୍ଷ ୫୦ ହଜାର ୧୮୩ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୯ ଲକ୍ଷ ୦୬ ହଜାର ୩୮୭ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।