26.1 C
Bhubaneswar
Wednesday, May 8, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮,୧୩୯ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮,୧୩୯ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୧୩୯ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୧୩ ହଜାର ୪୧୭ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୨୩୪ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୫୭୦ ରେ ପହଞ୍ଚିଛି । ତୋବେ ଦେଶରେ ୨ ଲକ୍ଷ ୨୫ ହଜାର ୪୪୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ ଲକ୍ଷ ୩୭ ହଜାର ୩୯୮ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।
 
 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking