27.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬,୭୫୨ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬,୭୫୨ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ ପୁଣି ଉପର ମୁହାଁ ହେଉଛି କୋରନା ସଂକ୍ରମଣ । ନୂତନ ଷ୍ଟ୍ରେନ ସହ ଏହି ସଂକ୍ରମଣ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୭୫୨ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୯୬ ହଜାର ୭୩୧କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ ହୋଇଛି ।

ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୦୫୧ରେ ପହଞ୍ଚିଛି । ତେବେ ଦେଶରେ ୧ ଲକ୍ଷ ୬୪ ହଜାର ୫୧୧ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୦୭ ଲକ୍ଷ ୭୫ ହଜାର ୧୬୯ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking