29.1 C
Bhubaneswar
Sunday, May 19, 2024
Homeଓଡିଶାରାଜ୍ୟରେ ଆଉ ୩୭୨ କୋରନା ଆକ୍ରାନ୍ତ ଚିହ୍ନଟ ; ୪ ମୃତ

ରାଜ୍ୟରେ ଆଉ ୩୭୨ କୋରନା ଆକ୍ରାନ୍ତ ଚିହ୍ନଟ ; ୪ ମୃତ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭୨ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୨୧୪ ଜଣ ଓ ୧୫୮ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୨୩୩ ହୋଇଥିଲା ବେଳେ ସୁସ୍ଥ ହୋଇଛନ୍ତି ୩୨୧୩୦୯ ଜଣ । ତେବେ ୩୦୩୫ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସଂମ୍ପର୍କ ତରଫରୁ ସୂଚନା ମିଳିଛି ।

 

ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଏବେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ସୁଧାର ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ କୋରନାରେ ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking