ଦିନକରେ ଦେଶରେ ୮୧,୪୮୪ ଆକ୍ରାନ୍ତ , ୧୦୯୫ ମୃତ

corona testing, all patients information

ନୂଆଦିଲ୍ଲୀ : ଦିନକରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଛି । ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି । ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୮୧,୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ପ୍ରାଣଘାତୀ କରୋନାରେ ୧୦୯୫ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯,୭୭୩କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୬୯କୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ୫୩,୫୨,୦୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ମୋଟ ୯,୪୨,୨୧୭ ଜଣ ଆକ୍ଟିଭ କେସ୍ ଭାବେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସତବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।
ବିଶ୍ୱରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୨କୁ ବୃଦ୍ଧି ପାଇଛି । ମୋଟ ୩ କୋଟି ୪୪ ଲକ୍ଷ ୬୪ ହଜାର ୪୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୨ କୋଟି ୫୬ ଲକ୍ଷ ୫୦ ହଜାର ୩୦୮ ଜଣ । ବିଶ୍ୱରେ ମୋଟ ୨୧୩ଟି ଦେଶକୁ ବ୍ୟାପିଛି କରୋନା ।

LEAVE A REPLY

Please enter your comment!
Please enter your name here