31.1 C
Bhubaneswar
Friday, March 29, 2024
Homeକରୋନାଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬,୧୬୯ ମୃତ୍ୟୁ ସଂଖ୍ୟା ୩,୦୨୯

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬,୧୬୯ ମୃତ୍ୟୁ ସଂଖ୍ୟା ୩,୦୨୯

ନୂଆଦିଲ୍ଲୀ : ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି । ବର୍ତ୍ତମାନ ଦେଶର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬,୧୬୯ ଜଣ । ଚିକିତ୍ସାଧୀନ ଅଛନ୍ତି ୫୬,୩୧୬ । ଏଥିରୁ ସୁସ୍ଥ ହୋଇଛନ୍ତି ୩୬,୮୨୩ଜଣ । ମୃତ୍ୟୁ ବରଣ କରିଛନ୍ତି ୩,୦୨୯ ଜଣ । ମହାରାଷ୍ଟ୍ରରେ ସର୍ବାଧିକ ୩୩,୦୫୩ଜଣ ଆକ୍ରାନ୍ତ ହୋଇଛନ୍ତି । ସେଥିମଧ୍ୟରୁ ୧,୧୯୮ ଜଣ ମୃତ୍ୟୁ ବରଣ କରିଛନ୍ତି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି – ଆନ୍ଧ୍ରପ୍ରଦେଶରେ ୫୦ ଜଣ, ଆସାମରେ ୨ ଜଣ, ବିହାରରେ ୮ ଜଣ, ଚଣ୍ଡିଗଡ଼ରେ ୩ ଜଣ, ଦିଲ୍ଲୀରେ ୧୬୦ ଜଣ, ଗୁଜରାଟରେ ୬୫୯ ଜଣ, ହରିୟାଣାରେ ୧୪ ଜଣ, ହିମାଚଳ ପ୍ରଦେଶରେ ୩ ଜଣ, ଜମ୍ମୁ ଓ କଶ୍ମୀରରେ ୧୩ ଜଣ, ଝାଡ଼ଖଣ୍ଡରେ ୩ ଜଣ, କର୍ଣ୍ଣାଟକରେ ୩୭ ଜଣ, କେରଳରେ ୪ ଜଣ, ମଧ୍ୟପ୍ରଦେଶରେ ୨୪୮ ଜଣ, ମହାରାଷ୍ଟ୍ରରେ ୧୧୯୮ ଜଣ, ମେଘାଳୟରେ ୧ ଜଣ, ଓଡ଼ିଶାରେ ୪ ଜଣ, ପୁଦ୍ଦୁଚେରୀରେ ୧ଜଣ ପଞ୍ଜାବରେ ୩୫ ଜଣ, ରାଜସ୍ଥାନରେ ୧୩୧ ଜଣ, ତାମିଲନାଡୁରେ ୭୮ ଜଣ, ତେଲେଙ୍ଗାନାରେ ୩୪ ଜଣ, ଉତ୍ତରାଖଣ୍ଡରେ ୧ ଜଣ, ଉତ୍ତରପ୍ରଦେଶରେ ୧୦୪ ଜଣ ଏବଂ ପଶ୍ଚମବଙ୍ଗରେ ୨୩୮ ଜଣ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking