27.1 C
Bhubaneswar
Thursday, April 25, 2024
Homeକରୋନାଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୮୧କୁ ବୃଦ୍ଧି

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୮୧କୁ ବୃଦ୍ଧି

ନୂଆଦିଲ୍ଲୀ : ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି । ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ହଜାର ୩୯୩ରେ ପହଁଚିଛି । ଚିକିତ୍ସାଧୀନ ଅଛନ୍ତି ୧୬ ହଜାର ୪୫୪ଜଣ । ଏଥିରେ ସୁସ୍ଥ ହୋଇ ଫେରିଛନ୍ତି ୪୨୫୭ଜଣ । ମୃତ୍ୟୁବରଣ କରିଛନ୍ତି ୬୮୧ଜଣ । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି । ମହାରାଷ୍ଟ୍ରରେ ସର୍ବାଧିକ ୨୬୯ଜଣଙ୍କର ମୃତ୍ୟୁ ଘଟିଲାଣି । ମୃତ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି ଆନ୍ଧ୍ରପ୍ରଦେଶ(୨୪), ଆସାମରେ(୧), ବିହାରରେ(୨), ଦିଲ୍ଲୀରେ(୪୮), ଗୁଜୁରାଟରେ( ୧୦୩), ହରିୟାଣାରେ(୩),ହିମାଚଳ ପ୍ରଦେଶରେ(୧), ଜମୁ ଓ କଶ୍ମୀରରେ(୫), ଝାଡଖଣ୍ଡରେ(୩),କର୍ଣ୍ଣାଟକ୍‌ରେ(୧୭), କେରଳରେ(୩),ମଧ୍ୟପ୍ରଦେଶରେ(୮୦), ମହାରାଷ୍ଟ୍ରରେ(୨୬୯),ମେଘାଳୟରେ(୧), ଓଡ଼ିଶାରେ(୧) ପଞ୍ଜାବରେ(୧୬, ରାଜସ୍ଥାନରେ(୨୭), ତାମିଲନାଡୁରେ(୧୮), ତେଲେଙ୍ଗାନାରେ(୨୩), ଉତ୍ତରପ୍ରଦେଶରେ(୨୧) ଓ ପଶ୍ଚିମବଙ୍ଗରେ(୧୫ଜଣ) । ହେଲେ କୋଭିଡ୍‌-୧୯ ଟ୍ରାକ୍ ତଥ୍ୟ ଅନୁସାରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୪୫୦ ଦର୍ଶାଯାଇଛି । ସେମାନଙ୍କ ମଧ୍ୟରୁ ୧୬,୩୯୬ ଏବେ ସୁଦ୍ଧା ଚିକିତ୍ସାଧୀନ ଥିବାବେଳେ ୬୮୧ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ୪,୩୭୩ଜଣ ଚିକିତ୍ସାପରେ ସୁସ୍ଥ ହୋଇ ଫେରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking