ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୬୦୦ ପଜିଟିଭ ଚିହ୍ନଟ

odisha state health update

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଦିନୁ ଦିନ ବଢିବାରେ ଲାଗିଛି ।  ଆଜି ପୁଣି ୩୦ ଜିଲ୍ଲାରୁ ୩୬୦୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଓ କଟକରୁ ୩୫୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୦୦, ବଲେଶ୍ୱରରୁ ୧୦୭, ବରଗଡରୁ ୧୦୬, ଯାଜନୁରରୁ ୧୩୯, କେନ୍ଦ୍ରାପଡାରୁ ୧୨୯. କେନ୍ଦୁଝରରୁ ୧୦୬, ମୟୂରଭଞ୍ଜରୁ ୧୫୬,ନବରଙ୍ଗପୁରରୁ ୧୧୬, ପୁରୀରୁ ୧୧୫, ସମ୍ବଲପୁରରୁ ୧୨୬, ସୋନପୁରରୁ ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୩୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୦୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୮୮୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here