31.1 C
Bhubaneswar
Friday, March 29, 2024
Homeଓଡିଶାବଡ଼ ଖବର : ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ସର୍ବାଧିକ ଖୋର୍ଦ୍ଧା

ବଡ଼ ଖବର : ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଉପର ମୁହାଁ ହେବାରେ ଲାଗିଛି କରୋନା ଗ୍ରାଫ। ଦିନକରେ ରାଜ୍ୟରେ ଦୈନିକ କରୋନା ପଚିଟିଭ୍‌ ସଂଖ୍ୟା ୩ ହଜାର ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଲଗାତାର ଭାବେ କିଛିଦିନ ଧରି ସୁନ୍ଦରଗଡ଼ରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୨୩ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ୩,୧୦୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୪, ବାଲେଶ୍ୱରରୁ ୧୫୧, ବରଗଡ଼ରୁ ୧୩୨, ଭଦ୍ରକରୁ ୫୩, ବଲାଙ୍ଗିରରୁ ୧୩୩, ବୌଦ୍ଧରୁ ୯, କଟକରୁ ୧୬୩, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୧୬, ଗଜପତିରୁ ୧୮, ଗଞ୍ଜାମରୁ ୫୫, ଜଗତସିଂହପୁରରୁ ୨୯, ଯାଜପୁରରୁ ୭୫, ଝାରସୁଗୁଡ଼ାରୁ ୮୯, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୨୨, କେନ୍ଦୁଝରରୁ ୧୦୫, ଖୋର୍ଦ୍ଧାରୁ ୫୩୪, କୋରାପୁଟରୁ ୨୩, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୧୫୬, ନୟାଗଡ଼ରୁ ୧୫, ନୂଆପଡ଼ାରୁ ୧୪୦, ପୁରୀରୁ ୧୧୪, ରାୟଗଡ଼ାରୁ ୩୮, ସମ୍ବଲପୁରରୁ ୧୫୩, ସୋନପୁରରୁ ୪୨, ସୁନ୍ଦରଗଡ଼ରୁ ୫୨୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧୮ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking