28.1 C
Bhubaneswar
Thursday, May 2, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧୯୭ ସଂକ୍ରମିତଙ୍କ ମୃତ୍ୟୁ, ୪୩ ହଜାର ୮୪୬ଜଣ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୧୯୭ ସଂକ୍ରମିତଙ୍କ ମୃତ୍ୟୁ, ୪୩ ହଜାର ୮୪୬ଜଣ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫କୁ ବୃଦ୍ଧି ପାଇଛି । ଦିନକରେ ୪୩ ହଜାର ୮୪୬ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୮୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୧ ଲକ୍ଷ ୩୦ ହଜାର ୨୮୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking