39.1 C
Bhubaneswar
Tuesday, April 23, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା , ୪୭୮ ମୃତ

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା , ୪୭୮ ମୃତ

ନୂଆଦିଲ୍ଲୀ : ଭାରତରେ କରୋନାର ଦ୍ବିତୀୟ ଲହର ସାଂଘାତିକ ସ୍ଥିତି ସୃଷ୍ଟି କଲାଣି। ପୂର୍ବାପେକ୍ଷା ଏହା ଅଧିକ ଦ୍ରୁତବେଗରେ ବ୍ୟାପିବାରେ ଲାଗିଛି। ଏଥିଯୋଗୁଁ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ଗତ ୬ ମାସରେ ସର୍ବାଧିକ ୧ ଲକ୍ଷ ୩ ହଜାର ୫୫୮  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଭାରତ ପୁଣିଥରେ ଦୈନିକ ସଂକ୍ରମଣରେ ବିଶ୍ବରେ ରେକର୍ଡ କରିଛି। ଏହି ସମୟରେ ବିଶ୍ବରେ ଦିନକରେ ଭାରତରୁ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶ ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ତଥ୍ୟ ଅନୁସାରେ, ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୫ ଲକ୍ଷ ୮୯ ହଜାର ୬୭କୁ ବୃଦ୍ଧି ପାଇଛି। ସେହିପରି ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧ରେ ପହଞ୍ଚିଛି।  ବର୍ତ୍ତମାନ ଦେଶରେ ମୋଟ ୭ ଲକ୍ଷ ୪୧ ହଜାର ୮୩୦ଟି ସକ୍ରିୟ ମାମଲା ରହିଛି। ଅନ୍ୟପଟେ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ କରୋନାରୁ ସୁସ୍ଥ ହଇଛନ୍ତି। ଗତକାଲି ସନ୍ଧ୍ୟା ସୁଦ୍ଧା ଦେଶରେ ମୋଟ ୭ କୋଟି ୯୧ ଲକ୍ଷ ୫ ହଜାର ୧୬୩ ଟିକା ନେଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking