28.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟରେ ଆଜି ୩,୬୬୪ ପଜିଟିଭ୍ ଚିହ୍ନଟ, ୨ ମୃତ୍ୟୁ

ରାଜ୍ୟରେ ଆଜି ୩,୬୬୪ ପଜିଟିଭ୍ ଚିହ୍ନଟ, ୨ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଯେଉଁଭଳି ଭାବରେ ବୃଦ୍ଧି ପାଉଛି, ତାକୁ ନେଇ ଚିନ୍ତା ବଢ଼ିଛି। ସୁନ୍ଦରଗଡ଼ରୁ ପରେ ଏବେ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୩,୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୬୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୪୪ରେ ପହଞ୍ଚିଛି।

ଖୋର୍ଦ୍ଧାରୁ ସର୍ବାଧିକ ୭୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨,୧୨୭ ଓ ଲୋକାଲ୍ କଣ୍ଟାକ୍ଟସ୍ ୧,୫୩୭ ରହିଛି।‌ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୮,୨୫୮ରେ ରହିଛି। ଆକ୍ଟିଭ୍ କେସ୍‌-୨୧,୪୩୬ ଥିବାବେଳେ ୩,୪୪,୮୨୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking