32.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଜି ୬ହଜାର ୭୩ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୬ହଜାର ୭୩ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଆଜି ବି କରୋନା ସଂକ୍ରମିତଙ୍କ ତାଲିକା ଚିନ୍ତା ବଢାଇଛି। ଗତକାଲି ତୁଳନାରେ ଆଜି ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ୬ ହଜାର ଉପରେ ରହିଛି। ଗତକାଲି ରାଜ୍ୟରୁ ୬୫୯୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛନ୍ତି ୬ ହଜାର ୭୩ । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୦୯୨ ସଂକ୍ରମିତ ବାହାରିଛନ୍ତି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୩୮୨୭ କ୍ୱାରେଣ୍ଟିନରେ ଥିବାବେଳେ ୨୭୭୨ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି।

ଆଜି ବଲାଙ୍ଗିରରୁ ୪୫୭, ନୂଆପଡ଼ାରୁ ୪୦୦, ସୁନ୍ଦରଗଡ଼ରୁ ୩୭୧, ଝାରସୁଗୁଡ଼ାରୁ ୩୫୯, ବରଗଡ଼ରୁ୨୮୬, କଳାହାଣ୍ଡିରୁ ୨୭୭, କେନ୍ଦୁଝରରୁ ୨୬୬, ଅନୁଗୁଳରୁ ୨୩୯, ପୁରୀରୁ ୨୬୬, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୨୦୬, କଟକରୁ ୧୯୮ ଏବଂ ଷ୍ଟେଟ୍ ପୁଲରୁ ୨୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୧୫୮, ମୟୂରଭଞ୍ଜରୁ ୧୪୯, ନୟାଗଡ଼ରୁ ୧୧୦, ଯାଜପୁରରୁ ୧୦୭, ରାୟଗଡ଼ାରୁ ୭୭, ଗଜପତିରୁ ୭୯, କୋରାପୁଟରୁ ୭୬, ସୁବର୍ଣ୍ଣପୁରରୁ ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯କୁ ବୃଦ୍ଧି ପାଇଛି। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ- ୫୦,୯୫୮ ଥିବାବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୬୭ ହଜାର ୧୧୧। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking