27.1 C
Bhubaneswar
Sunday, August 7, 2022
Homeକରୋନାଦେଶରେ ୨୪ ଘଣ୍ଟାରେ ୧୪,୬୨୩ ସଂକ୍ରମଣ ଚିହ୍ନଟ, ମୃତ୍ୟୁସଂଖ୍ୟା ୧୯୭

ଦେଶରେ ୨୪ ଘଣ୍ଟାରେ ୧୪,୬୨୩ ସଂକ୍ରମଣ ଚିହ୍ନଟ, ମୃତ୍ୟୁସଂଖ୍ୟା ୧୯୭

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ରୁ କମ୍‌ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୬୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୦୮,୯୯୬ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୬୫୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୭୮,୨୪୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୦୯୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୯,୧୨,୮୨,୨୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧,୩୬,୧୪୨ ଟିକା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking