30.1 C
Bhubaneswar
Sunday, August 7, 2022
Homeକରୋନାଦେଶରେ ବଢ଼ିଲା ମୃତ୍ୟୁ : ପୁଣି ପଜିଟିଭଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ଦେଶରେ ବଢ଼ିଲା ମୃତ୍ୟୁ : ପୁଣି ପଜିଟିଭଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ : ଦେଶରେ କରୋନା ପୁଣି ବୃଦ୍ଧି ପାଇଥିବା ଦେଖାଯାଇଛି । ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ବୃଦ୍ଧି ପାଇଥିବା ଜଣାପଡ଼ିଛି । ତେବେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୫୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୧ ହଜାର ୩୮୮କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୮ ହଜାର ୯୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୧ ଲକ୍ଷ ୫୭ ହଜାର ୭୫୯କୁ ବୃଦ୍ଧି ପାଇଛି ।

ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଲକ୍ଷ ୯୫ ହଜାର ୫୯୧ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୪୩ ଲକ୍ଷ ୫୦ ହଜାର ୮୧୬ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୦ କୋଟି ୬ ଲକ୍ଷ ୬୨ ହଜାର ୪୫୬ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking