43.9 C
Bhubaneswar
Friday, April 19, 2024
Homeକରୋନାଦେଶରେ କମି ଆସୁଛି ସଂକ୍ରମଣ : ୨୪ ଘଣ୍ଟାରେ ୧,୦୦,୬୩୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୪୨୭

ଦେଶରେ କମି ଆସୁଛି ସଂକ୍ରମଣ : ୨୪ ଘଣ୍ଟାରେ ୧,୦୦,୬୩୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୪୨୭

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାମହାମାରୀ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଅଢ଼େଇ ହଜାର ତଳକୁ ରହିଛି। ଗତ ୨ ମାସ ମଧ୍ୟରେ ଆଜି ସର୍ବନିମ୍ନ ଦୈନିକ ସଂକ୍ରମଣ ରିପୋର୍ଟ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦,୬୩୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୪୨୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୯,୦୯,୯୭୫ ଓ ମୃତ୍ୟୁସଂଖ୍ୟା ୩,୪୯,୧୮୬ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୭୪,୩୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୨,୭୧,୫୯,୧୮୦ରେ ପହଞ୍ଚିଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୦୧,୬୦୯। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୨୭,୮୬,୪୮୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୬ ତାରିଖ ସୁଦ୍ଧା ସମୁଦାୟ ୩୬,୬୩,୩୪,୧୧୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୮୭,୫୮୯ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking