27.8 C
Bhubaneswar
Friday, April 19, 2024
Homeକରୋନାଦେଶରେ ଆଜି ୯୨ ହଜାର ୫୯୬ ଆକ୍ରାନ୍ତ ଚିହ୍ନଟ, ୨୨୧୯ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ଆଜି ୯୨ ହଜାର ୫୯୬ ଆକ୍ରାନ୍ତ ଚିହ୍ନଟ, ୨୨୧୯ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୨୧୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮କୁ ବୃଦ୍ଧି ପାଇଛି । ଦିନକରେ ୯୨ ହଜର ୫୯୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୦ ଲକ୍ଷ ୮୯ ହଜାର ୬୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୧ ହଜାର ୪୧୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୭୫ ଲକ୍ଷ ୪ ହଜାର ୧୨୬ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୩ କୋଟି ୯୦ ଲକ୍ଷ ୫୮ ହଜାର ୩୬୦ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking