ଦେଶରେ ୨୪ ଘଣ୍ଟାରେ ୭୫ ହଜାର ୦୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୫୩ ମୃତ

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୫ ହଜାର ୦୮୩ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୫୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୮୮ ହଜାର୯୩୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ୭୫ ହଜାର ୮୬୧ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୪ଲକ୍ଷ ୯୭ ହଜାର ୮୬୭ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here