ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୧ ହଜାର ୭୦୨ ଆକ୍ରାନ୍ତ ଚିହ୍ନଟ

corona

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୪୦୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୬୩ ହଜାର ୭୯କୁ ବୃଦ୍ଧି ପାଇଛି । ଦିନକରେ ୯୧ ହଜାର ୭୦୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୨ ଲକ୍ଷ ୭୪ ହଜାର ୮୨୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୨୧ ହଜାର ୬୭୧ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୭୭ ଲକ୍ଷ ୯୦ ହଜାର ୭୩ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୪ କୋଟି ୬୦ ଲକ୍ଷ ୮୫ ହଜାର ୬୪୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here