35.1 C
Bhubaneswar
Sunday, May 19, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୮୪,୩୩୨ ଆକ୍ରାନ୍ତ ଚିହ୍ନଟ, ୪୦୦୨ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ୨୪ ଘଣ୍ଟାରେ ୮୪,୩୩୨ ଆକ୍ରାନ୍ତ ଚିହ୍ନଟ, ୪୦୦୨ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୪ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦୦ ଟପିଯାଇଛି। ବିଗତ ୭୦ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୪,୩୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୦୦୨ ମୃତ୍ୟୁ ରେକର୍ଡ କରାଯାଇଛି।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୩,୫୯,୧୫୫ ଓ ମୃତ୍ୟୁସଂଖ୍ୟା ୩,୬୭,୦୮୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୨୧,୩୧୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୯,୧୧,୩୮୪ରେ ପହଞ୍ଚିଛି। ଏଥିସହ ଜାତୀୟ ସୁସ୍ଥତା ହାର ୯୫.୦୭%କୁ ବୃଦ୍ଧି ପାଇଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୮୦,୬୯୦। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪,୯୬,୦୦,୩୦୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking