33.1 C
Bhubaneswar
Sunday, May 5, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୬୨,୨୨୪ ଚିହ୍ନଟ, ୨୫୪୨ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ୨୪ ଘଣ୍ଟାରେ ୬୨,୨୨୪ ଚିହ୍ନଟ, ୨୫୪୨ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୬୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୨୨୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୫୪୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୬,୩୩,୧୦୫ ଓ ମୃତ୍ୟୁସଂଖ୍ୟା ୩,୭୯,୫୭୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୦୭,୬୨୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୩,୮୮,୧୦୦ରେ ପହଞ୍ଚିଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୬୫,୪୩୨। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୬,୧୯,୭୨,୦୧୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୫ ତାରିଖ ସୁଦ୍ଧା ସମୁଦାୟ ୩୮,୩୩,୦୬,୯୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୩୦,୯୮୭ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking