27.8 C
Bhubaneswar
Friday, April 19, 2024
Homeକରୋନାଦେଶରେ ୨୪ ଘଣ୍ଟା ମଧ୍ୟରେ ୬୭ହଜାର ୨୦୮ ଆକ୍ରାନ୍ତ ଚିହ୍ନଟ, ୨,୩୩୦ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୭ହଜାର ୨୦୮ ଆକ୍ରାନ୍ତ ଚିହ୍ନଟ, ୨,୩୩୦ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨ ହଜାର ୩୩୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୧ ହଜାର ୯୦୩କୁ ବୃଦ୍ଧି ପାଇଛି । ଦିନକରେ ୬୭ ହଜାର ୨୦୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୩୧୩ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୬ ହଜାର ୭୪୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୪ ଲକ୍ଷ ୯୧ ହଜାର ୬୭୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬ କୋଟି ୫୫ ଲକ୍ଷ ୧୯ ହଜାର ୨୫୧ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୪,୯୧,୬୭୦ରେ ପହଞ୍ଚିଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୨୬,୭୪୦। ୭୧ ଦିନ ପରେ ଆଜି ସବ୍ରନିମ୍ନ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୬,୫୫,୧୯,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୬ ତାରିଖ ସୁଦ୍ଧା ସମୁଦାୟ ୩୮,୫୨,୩୮,୨୨୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୩୧,୨୪୯ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking