40.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶଦେଶରେ ୨୪ଘଣ୍ଟା ଭିତରେ ୫୦,୮୪୮ ଆକ୍ରାନ୍ତ ଚିହ୍ନଟ, ୧୩୫୮ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ୨୪ଘଣ୍ଟା ଭିତରେ ୫୦,୮୪୮ ଆକ୍ରାନ୍ତ ଚିହ୍ନଟ, ୧୩୫୮ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୫୦,୮୪୮ ଥିବାବେଳେ ମୃତ୍ୟୁସଂଖ୍ୟା ୧,୩୫୮ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୮୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୩୫୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୦,୨୮,୭୦୯ ଓ ମୃତ୍ୟୁସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୮,୮୧୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୯,୯୪,୮୫୫ରେ ପହଞ୍ଚିଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୪୩,୧୯୪। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୯,୪୬,୩୯,୫୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଆଇସିଏମ୍ଆର୍‌ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୦ ତାରିଖ ସୁଦ୍ଧା ସମୁଦାୟ ୩୯,୫୯,୭୩,୧୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୦୧,୦୫୬ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking