28.1 C
Bhubaneswar
Tuesday, July 22, 2025
Homeକରୋନାଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨୮୧

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨୮୧

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୫ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୧୭,୩୯୦ ଓ ମୃତ୍ୟୁସଂଖ୍ୟା ୪,୪୪,୫୨୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୩,୭୯୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୬,୩୨,୨୨୨ରେ ପହଞ୍ଚିଛି। ­­­­­ ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୦,୬୩୯। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୨.୫ କୋଟି ଡୋଜ୍‌ ଟିକା ଦିଆଯାଇଛି। ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ସମୁଦାୟ ୫୫,୦୭,୮୦,୨୭୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୪୮,୮୩୩ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking