36.1 C
Bhubaneswar
Monday, May 6, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧୮,୮୭୦ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୭୮

ଦେଶରେ ୨୪ ଘଣ୍ଟାରେ ୧୮,୮୭୦ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୭୮

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୧୮ ହଜାରରୁ ଟିକେ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୧୬,୪୫୧ ଓ ମୃତ୍ୟୁସଂଖ୍ୟା ୪,୪୭,୭୫୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୮୬,୧୮୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୨,୫୨୦। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୭,୬୬,୬୩,୪୯୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୫୪,୧୩,୩୩୨ ଡୋଜ୍‌ ଟିକା। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ସମୁଦାୟ ୫୬,୭୪,୫୦,୧୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୪,୭୧୩ଟି ନମୁନା।­­­­­

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking