34.1 C
Bhubaneswar
Tuesday, May 14, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨୩,୫୨୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୧୧

ଦେଶରେ ୨୪ ଘଣ୍ଟାରେ ୨୩,୫୨୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୧୧

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ସାଢ଼େ ୨୩ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସ୍ବଳ୍ପ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୫୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୩୯,୯୮୦ ଓ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୧୪,୮୯୮ରେ ପହଞ୍ଚିଛି। ­­­­­ ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୭,୦୨୦। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୮,୩୪,୭୦,୫୭୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୫,୩୪,୩୦୬ ଡୋଜ୍‌ ଟିକା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking