27.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଜି ୭,୧୮୮ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୭,୧୮୮ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଆଜିକୁ ମିଶାଇ ଗତ ଦିନ ହେବ ରାଜ୍ୟରେ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ୭,୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗତକାଲି ୭,୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୭,୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୦୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ଟସ୍‌ ୩୧୬୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭,୪୭,୧୪୩ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୯୭,୨୭୧ ଥିବାବେଳେ ୬,୪୭,୧୩୩ ଜଣ ସୁସ୍ଥ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧,୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୬୯୦ ଓ ଅନୁଗୁଳରୁ ୫୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking