ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୭ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୩୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଜଣ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୯୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୨, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୫ ହଜାର ୮୨୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୬ ହଜାର ୯୨୮ ରହିଥିବା ବେଳେ ୧୨ ହଜାର ୪୮୦ ଜଣ ଚିକିତ୍ସିତ ହେଉଛନ୍ତି ।