29.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରୁ ଆଉ ୫୪୫ ଆକ୍ରାନ୍ତ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ଆଜି ସଂକ୍ରମିତ ହୋଇଛନ୍ତି

ରାଜ୍ୟରୁ ଆଉ ୫୪୫ ଆକ୍ରାନ୍ତ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ଆଜି ସଂକ୍ରମିତ ହୋଇଛନ୍ତି

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୪୭ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୭୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୭ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୩ ଜଣ, କୋରାପୁଟରୁ ୨ ଜଣ, ଖୋର୍ଦ୍ଧାରୁ ୨୧୮ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୫, ୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୧,୪୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking