30.1 C
Bhubaneswar
Friday, May 3, 2024
Homeଓଡିଶାରାଜ୍ୟର କମୁଛି ସଂକ୍ରମଣ ହାର : ଆଜି ୫୨୪ ଆକ୍ରାନ୍ତ ଚିହ୍ନଟ, ଆସନ୍ତୁ ଜାଣିବା ଆଉ...

ରାଜ୍ୟର କମୁଛି ସଂକ୍ରମଣ ହାର : ଆଜି ୫୨୪ ଆକ୍ରାନ୍ତ ଚିହ୍ନଟ, ଆସନ୍ତୁ ଜାଣିବା ଆଉ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ପୂର୍ବ ଅପେକ୍ଷା କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କିନ୍ତୁ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଆଜି ୫୨୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ, ଖୋର୍ଦ୍ଧାରୁ ୨୫୪ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୮୪୯ ରହିଥିବା ବେଳେ ୪ ହଜାର ୮୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ବ୍ୟତୀତ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୯୮କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking