31.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଜି ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ, ସର୍ବାଧିକ କଟକ

ରାଜ୍ୟରେ ଆଜି ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ, ସର୍ବାଧିକ କଟକ

ଭୁବନେଶ୍ୱର :ରାଜ୍ୟରେ ଆଜି ୧୦ ହଜାର ଉପରେ ରହିଛି କରୋନା ସଂକ୍ରମଣ। ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦,୭୫୭ ମଧ୍ୟରୁ କ୍ୱାରେଣ୍ଟିନରୁ ୬,୦୨୪ ଏବଂ ଲୋକାଲ କେସ୍ ୪,୭୩୩ ଥିବା ଜଣାଯାଇଛି। ଆଜି କଟକରୁ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି। କଟକରୁ ୯୭୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ଖୋର୍ଦ୍ଧା। ଏଠାରୁ ସର୍ବାଧିକ ୯୦୯ ଓ ସୁନ୍ଦରଗଡରୁ ୮୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୬୦୬, ବାଲେଶ୍ୱରରୁ ୩୫୪, ବରଗଡରୁ ୪୦୪, ଭଦ୍ରକରୁ ୪୪୩, ବଲାଙ୍ଗରରୁ ୫୦୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡ଼ାରୁ ୫୦୨, ସମ୍ବଲପୁରରୁ ୪୯୪, ମୟୂରଭଞ୍ଜରୁ ୪୫୪, ଭଦ୍ରକରୁ ୪୪୩, ଝାରସୁଗୁଡ଼ାରୁ ୩୮୮ ଏବଂ ଗଞ୍ଜାମ ଜିଲ୍ଲାରୁ ୨୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ୨୯ ଜିଲ୍ଲାରେ ତିନି ଅଙ୍କ ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।

ଆଜିର ତାଲିକାକୁ ମିଶାଇଲ, ରାଜ୍ୟରେ ବର୍ତ୍ତମାନସୁଦ୍ଧା ୧,୦୯,୪୧,୧୯୨ ନମୂନା ପରୀକ୍ଷା ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୨୨,୯୮୧ ରହିଛି। ସେହିପରି ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୫,୧୪,୫୩୨। ରାଜ୍ୟରେ ଏବେ ଆକ୍ଟିଭ କେସ ୧,୦୬,୦୬୧ ଥିବାବେଳେ ଆଜି ୧୨୦୭୭ ଜଣ ସୁସ୍ଥ ହୋଇ ଫେରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking