37.1 C
Bhubaneswar
Saturday, May 18, 2024
Homeକରୋନାଦେଶରେ ୧,୪୨୧ ଆକ୍ରାନ୍ତ; ୧୪୯ ଜଣ ମୃତ

ଦେଶରେ ୧,୪୨୧ ଆକ୍ରାନ୍ତ; ୧୪୯ ଜଣ ମୃତ

ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ ଯଥେଷ୍ଟ କମ୍ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୪୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪୯ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୯,୪୫୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୦୦୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୮୨୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୮୨,୨୬୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୧୮୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୫୭,୬୮,୪୭୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୬୯,୨୨,୯୬୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୨୦,୨୫୧ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking