30.1 C
Bhubaneswar
Saturday, May 4, 2024
Homeଓଡିଶାଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬ ଜଣ ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking