28.1 C
Bhubaneswar
Thursday, March 28, 2024
Homeଦେଶ ବିଦେଶବଢୁଛି ସଂକ୍ରମଣ ; ସତର୍କ କଲା କେନ୍ଦ୍ର

ବଢୁଛି ସଂକ୍ରମଣ ; ସତର୍କ କଲା କେନ୍ଦ୍ର

ନୂଆଦିଲ୍ଲୀ : କୋଭିଡର ଦ୍ରୁତ ସଂକ୍ରମଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି ।ଓଡିଶା , ଦିଲ୍ଲୀ , କେରଳ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ , ତେଲେଙ୍ଗାନାକୁ ଚିଠି । ସମ୍ପୃକ୍ତ ରାଜ୍ୟର ସ୍ୱାସ୍ଥ୍ୟ ସଚିବ ଙ୍କୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ।ଦ୍ରୁତ କରୋନା ସଂକ୍ରମଣ ଦୃଷ୍ଟିରୁ ତୁରନ୍ତ ପଦ କ୍ଷେପ ନେବାକୁ ନିର୍ଦ୍ଦେଶ । ଟିକାକରଣ ପାଇଁ ଆବଶ୍ୟକ ସଚେତନତା ସୃଷ୍ଟି ପାଇଁ ପରାମର୍ଶ । ଲୋକସଂଖ୍ୟା ତୁଳନାରେ ଟିକାକରଣ ହାର ବଢାଇବାକୁ ନିର୍ଦ୍ଦେଶ । ସଂକ୍ରମଣ ଦୃଷ୍ଟିରୁ ରଖି୫ ଗୁଣ ଅଧିକ ତତ୍ପର ହେବାକୁ ନିର୍ଦ୍ଦେଶ । ରାଜ୍ୟରେ କରୋନା କଟକଣା ପାଳନକୁ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ।
ସେପଟେ ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୨୦ ହଜାର ପାଖାପାଖି ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୯,୪୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୯ ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୯୨୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୬୫,୫୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୪,୭୯୩ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୯୬% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୪୯ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୨,୭୩,୫୫୧ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking