28.1 C
Bhubaneswar
Saturday, April 27, 2024
Homeଓଡିଶାକ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ

କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ୧୧ଟା ୦୫ରୁ କରୋନା ଟିକାକରଣ ଆରମ୍ଭ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ(ସ୍ୱାସ୍ଥ୍ୟ ବିଭାଗ) ପ୍ରଦୀପ୍ତ ମହାପାତ୍ର । ପ୍ରଥମେ ଜଣେ ୪ର୍ଥ ଶ୍ରେଣୀର କର୍ମଚାରୀ ଟିକା ନେଇଛନ୍ତି । ବିରଞ୍ଚି ନାଏକ ନାମକ ସଫେଇ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ଟିକା ଦିଆଯାଇଛି । ଏବଂ ତା’ପରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ନେଇଛନ୍ତି କରୋନା ସଞ୍ଜିବନୀ । କୋଭିଡ ଯୁଦ୍ଧର ଅନ୍ତିମ ପର୍ଯ୍ୟାୟରେ ରାଜ୍ୟବାସୀ ଉପନୀତ ହୋଇଥିବା ବେଳ ୧୬୧ଟି କେନ୍ଦ୍ରରେ ୧୬ ହଜାର ୧୦୦ ଜଣଙ୍କୁ ଆଜି ଟିକା ଦିଆଯିବାର ଯୋଜନା ରହିଛି । ସେହିପରି  ୨୫ ତାରିଖ ଭିତରେ ୩.୨୮ ଲକ୍ଷ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking