31.1 C
Bhubaneswar
Tuesday, April 23, 2024
Homeଓଡିଶାବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ...

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪,୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୮ଜଣ , ବାଲେଶ୍ୱର ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୩୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯୩ଜଣ. କନ୍ଧମାଳ ଜିଲ୍ଲାରୁ ୭୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୫୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୮ଜଣ, ନୟାଗଡ଼ ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୬ଜଣ, ପୁରୀ ଜିଲ୍ଲାରୁ ୩୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୦ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ ପୁଲ୍‌ରୁ ୨୧୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୫୦୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୬୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking