ଦେଶରେ ୫୦ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ଘଣ୍ଟ‌ାରେ ୯୦,୧୨୩କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : କରୋନା ମହାମାରୀ ତାର କାୟା ସମଗ୍ର ଦେଶରେ ବିସ୍ତାର କରିବାରେ ଲାଗିଛି । ପ୍ରତିଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । କେବଳ ନୂଆ ସଂକ୍ରମଣ ନୁହେଁ, ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି ।ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୨ ହଜାର ୦୬୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୯୦ ହଜାର ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ୨୦ ହଜାର ୩୬୦ କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୯ ଲକ୍ଷ ୯୫ ହଜାର ୯୩୩ ଜଣ ଚିକିତ୍ସିତ ହେଉଥିବା ବେଳେ ୩୯ ଲକ୍ଷ ୪୨ ହଜାର ୩୬୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୯,୪୨,୩୬୦ ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୩% ରହିଥିବା ବେଳେ ଆରୋଗ୍ୟ ହାର ୭୮.୫୩% ରହିଛି।

LEAVE A REPLY

Please enter your comment!
Please enter your name here