26.1 C
Bhubaneswar
Friday, March 29, 2024
Homeଓଡିଶାବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ ସାଂସଦ କରୋନାରେ ସଂକ୍ରମିତ ହେଉଛନ୍ତି ।  ଏହି ଭିତରେ ଆଜି ପୁଣି ଜଣେ ରାଜନେତା କରୋନା କବଳରେ ଫସି ଯାଇଛନ୍ତି ।  ଆଜି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ସମୀର ଅନୁରୋଧ କରିଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking