34.1 C
Bhubaneswar
Friday, March 29, 2024
Homeଓଡିଶାଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ

ଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଚାର୍ଜସିଟ୍ ସଂପର୍କିତ ପ୍ରେସ ରତଲିଜରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଲା କ୍ରାଇମବ୍ରାଞ୍ଚ । ଗୋପାଳ ପାଗଳ ନୁହେଁ କି ନଥିଲା ବୋଲି ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ । ସମ୍ପୂର୍ଣ୍ଣ ସୁସ୍ଥ ସ୍ୱସ୍ତଷ୍ଠରେ ଗୋପାଳ ହତ୍ୟା ଘଟାଇଥିବା କହିଲା କ୍ରାଇମବାଞ୍ଚ । ହତ୍ୟା ଘଟଣା ପରେ ପରେ ଗୋପାଳ ପାଗଳ ଥିବା ପରିବାର କହିଥିଲେ । ବାଇପୋଲାର ଡିଜ୍‌ଅର୍ଡର ନେଇ ସେ ଔଷଧ ଖାଉଥିବା କହିଥିଲେ । ଏନେଇ ପରୀକ୍ଷା ପାଇଁ ଡିଏମ୍‌ଇଟିଙ୍କ ଦ୍ୱାରା ଏକ ମେଡିକାଲ ଟିମ ଗଠନ ହୋଇଥିଲା । ମେଡିକାଲ ଟିମ୍ ପରୀକ୍ଷା କରି ଗୋପାଳର ମାନସିକ ବିଭୁଷଣ ନଥିବା କହିଥିଲେ ।
ସୂଚନାଯୋଗ୍ୟ, ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking