29.1 C
Bhubaneswar
Saturday, April 27, 2024
Homeଓଡିଶାଚାନ୍ଦିପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ

ଚାନ୍ଦିପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ

ବାଲେଶ୍ୱର : ଚାନ୍ଦିପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ । ବାଲେଶ୍ୱରର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ବିଭାଗ ଅଧୀନ ଆଇଟିଆରର ତଥ୍ୟ ପାକିସ୍ତାନକୁ ଲିକ୍ ମାମଲାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚର ଏକ ୫ ଜଣିଆ ଟିମ ବାଲେଶ୍ୱରରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। କ୍ରାଇମବ୍ରାଞ୍ଚର ଏଡିଜି ସଂଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଏସଆଇଟି(ସ୍ୱତନ୍ତ୍ର ତଦନ୍ତକାରୀ ଦଳ) ଗଠନ ହୋଇଛି। ଏହି ଦଳର ନେତୃତ୍ୱ ନେଉଛନ୍ତି ଅତିରିକ୍ତ ଏସପି ପ୍ରଶାନ୍ତ କୁମାର ବିଶୋଇ। ତାଙ୍କ ସହିତ କ୍ରାଇମବ୍ରାଞ୍ଚ ସାଇବର ସେଲର ଜଣେ ଇନ୍ସପେକ୍ଟର ଏବଂ ଜଣେ ସବ-ଇନ୍ସପେକ୍ଟର ଥିବା ବେଳେ ଅନ୍ୟଜଣେ ଅଫିସର ମଧ୍ୟ ସାମିଲ ଅଛନ୍ତି। ଚାନ୍ଦିପୁର ଥାନାରେ ରୁଜୁ ହୋଇଥିବା ମାମଲା(କେସ ନମ୍ବର) ୭୬/୨୦୨୧କୁ ବାଲେଶ୍ୱର ଏସପି ସୁଧାଂଶୁ ଶେଖର ମିଶ୍ର ଏହି ଟିମକୁ ହସ୍ତାନ୍ତର କରିଛନ୍ତି। ଏମାନେ ଚାନ୍ଦିପୁର ଥାନାରେ ପହଞ୍ଚିଥିବାର ଖବର ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking