33.1 C
Bhubaneswar
Friday, July 10, 2026
Homeଓଡିଶାଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର

ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡା: ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା ପରେ ଗାଁ ଲୋକେ ଏକାଠି ହୋଇ ପାନିଆଯୋର ଭିତରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ସ୍ଥାନୀୟ ପୋଲିସ ଓ ବନ ବିଭାଗକୁ ମଧ୍ୟ ଖବର ଦିଆଯାଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଗାଁରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ନଦୀ କୂଳରେ ଯିବାକୁ ଭୟ କରୁଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking