ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।
କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି ।
୧ – କଟକ ସର୍କଲର ଡେପୁଟି ଫାୟାର ଅଫିସର ଶ୍ରୀ ପ୍ରକାଶ କୁମାର ଜେନା
୨- କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ଶ୍ରୀ ସଞ୍ଜୀବ କୁମାର ବେହେରା
୩ – ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଶ୍ରୀ ଅଭିନବ ପୃଷ୍ଟି ଏବଂ
୪ – କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ଶ୍ରୀ ରଞ୍ଜନ କୁମାର ବିଶ୍ୱାଳ
ସୂଚନଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ ।










